ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): କଂଗ୍ରେସରୁ ନିଲମ୍ବିତ ହେଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ତଥା ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ ମନ୍ମଥ ରାଉତରାୟ । ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ତାଙ୍କୁ କଂଗ୍ରେସରୁ ନିଲମ୍ବନ କରାଯାଇଛି । ଏ ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ ଶୃଙ୍ଖଳା କମିଟି ପକ୍ଷରୁ ବିବୃତ୍ତି ପ୍ରକାଶ ପାଇଛି ।
ତେବେ ସେ ସ୍ୱାଧୀନ ଏବଂ ତାଙ୍କର କେଉଁ ରାଜନୈତିକ ଦଳ ସହ ସଂପୃକ୍ତି ନାହିଁ ବୋଲି ମନ୍ମଥ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଥିଲେ । ଏନେଇ କଂଗ୍ରେସ ପକ୍ଷରୁ ଗତକାଲି ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା। ତେବେ ସେ ତାହାର ଉତ୍ତର ଦେଇ ନଥିବାରୁ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା କଂଗ୍ରେସ ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ଦର୍ଶାଇଛନ୍ତି।





