ମୁଖ୍ୟ ଶାସନ ସଚିବଙ୍କୁ ଡେଙ୍ଗୁ, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ରାଜଧାନୀରେ ଡେଙ୍ଗୁ ଥମିବା ନାଁ ଧରୁନି। ରାଜଧାନୀ ଭୁବନେଶ୍ବରରେ ଘରେ ଘରେ ଡେଙ୍ଗୁ ସଂକ୍ରମଣ ମାଡିବାର ଖବର ସାମ୍ନାକୁ ଆସିଛି। ଡେଙ୍ଗୁରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୀଡ଼ିତ ହୋଇଥିବା ଜଣା ପଡିଛି। ଡେଙ୍ଗୁରେ ପୀଡ଼ିତ ହୋଇ ମୁଖ୍ୟ ସଚିବ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡ଼ାକ୍ତର ଏଲ୍ ଡି.ସାହୁ ସୂଚନା ଦେଇଛନ୍ତି। ତେବେ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସେ କହିଛନ୍ତି।

ସୂଚନା ଅନୁସାରେ, ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରୁ ବହୁ ପରିମାଣରେ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। କ୍ୟାପିଟାଲ୍‌ ହସ୍‌ପିଟାଲ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରୁ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ୱାର୍ଡ ଭିତର ଖଟରେ ଯେତିକି ଡେଙ୍ଗୁ ଆକ୍ରାନ୍ତ ଅଛନ୍ତି, ବାରଣ୍ଡାରେ ମଧ୍ୟ ସେତିକି ଶୋଇଛନ୍ତି। ଯାହା ଏବେ ଚିନ୍ତାର ବିଷୟ ପାଲଟିଛି। ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।

Related Posts