ସୁଜାତା କାର୍ତ୍ତିକେୟନଙ୍କୁ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ଵ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ଵ। ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ଵ ମିଳିଛି। ବର୍ତ୍ତମାନ ସେ ମିଶନ ଶକ୍ତି ସଚିବ ଭାବେ କାର୍ଯ୍ୟ କରୁଛନ୍ତି।

ଏ ନେଇ ବୁଧବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁଜାତା ହେଉଛନ୍ତି ୨୦୦୦ ମସିହା ଓଡ଼ିଶା କ୍ୟାଡରର ଆଇଏଏସ ଅଫିସର।

Related Posts