ସଂସଦ ସୁରକ୍ଷାରେ ତ୍ରୁଟି; ୭ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଗତକାଲି ଲୋକସଭା ଭିତରେ ଅଜଣା ଯୁବକ ପଶିଯିବା ଘଟଣାରେ ନିଲମ୍ବିତ ହୋଇଛନ୍ତି ୭ କର୍ମଚାରୀ । ୭ ଜଣ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି ଲୋକସଭା ସେକ୍ରେଟାରିଏଟ୍ ।

ସୂଚନାଯୋଗ୍ୟ ଯେ, ଗତକାଲି ଲୋକସଭା ଅଧିବେଶନ ଚାଲିଥିବାବେଳେ, ୨ ଜଣ ଯୁବକ ହଠାତ୍ ଲୋକସଭା ଭିତରକୁ ଲମ୍ଫ ପ୍ରଦାନ କରିଥିଲେ । ଭିଜିଟର ଗ୍ୟାଲେରୀରୁ ଏହି ଦୁଇ ଯୁବକ ଲୋକସଭା ଭିତରକୁ ଡେଇଁଥିଲେ । ହେଲେ ସେହି ସମୟରେ ସେଠାରେ ଉପସ୍ଥିତ ଥିବା ସାଂସଦମାନେ ତାଙ୍କୁ କାବୁ କରିବା ସହିତ ସୁରକ୍ଷାକର୍ମୀଙ୍କୁ ହସ୍ତାନ୍ତର କରିଥିଲେ ।

ଗତକାଲିର ଏହି ଘଟଣା ପରେ ଲୋକସଭା ସେକ୍ରେଟାରିଏଟ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଆଉ ୭ ଜଣଙ୍କୁ ନିଲମ୍ବିତ କରିଛନ୍ତି । ଅନ୍ୟପଟେ ନୂଆ ସଂସଦ ଗୃହରେ ସୁରକ୍ଷାରେ ତ୍ରୁଟି ଦେଖା ଦେବା ପରେ ସୁରକ୍ଷାରେ ବଦଳିଛି ନିୟମ । ଏବେ ସଂସଦ ଭବନକୁ ଭିଜିଟର୍ସ ମାନଙ୍କ ନଆସିବାକୁ ବାରଣ କରାଯାଇଛି । ଏହା ବ୍ୟତୀତ, ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ପ୍ରୋଟୋକଲଗୁଡିକ ମଧ୍ୟ ସମ୍ପୂର୍ଣ୍ଣ ରୂପେ ପରିବର୍ତନ କରାଯାଇଛି । ଆଜିଠାରୁ ସାଂସଦ, କର୍ମଚାରୀ ଏବଂ ଗଣମାଧ୍ୟମ ସହ ଜଡିତ ଲୋକମାନେ ବିଭିନ୍ନ ସୁରକ୍ଷା ଫାଟକ ଦେଇ ସଂସଦ ଭବନରେ ପ୍ରବେଶ କରିବେ ।

Related Posts