ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ମାର୍ଚ୍ଚ ୨୦ ଯାଏଁ ଚାଲିବ । ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ଏହା ପର ଦିନ ଅର୍ଥାତ ୧୭ ତାରିଖରୁ ବାଣିଜ୍ୟ ଓ କଳା ବିଭାଗର ପରୀକ୍ଷା ଆରମ୍ଭ ହେବ।

ଏସବୁ ବ୍ୟତୀତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ୨୦ ତାରିଖ ଯାଏ ଚାଲିବ । ଏନେଇ ପୂର୍ବରୁ କାଉନସିଲ ତରଫରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ମଧ୍ୟ ହେବ । ଏନେଇ ବୋର୍ଡ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଛି ।

Related Posts