ଆଜି ଶପଥ ନେବେ ଚମ୍ପାଇ ସୋରେନ

ଭୁବନେଶ୍ୱର,୧/୨(ସତ୍ୟପାଠ ବ୍ୟୁରୋ):   ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ)ର ବରିଷ୍ଠ ନେତା ତଥା ଦଳର ପ୍ରତିଷ୍ଠାତା ଶିବୁ ସୋରେନଙ୍କ ଅତ୍ୟନ୍ତ ଖାସ ଚମ୍ପାଇ ସୋରେନ ହେବେ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ମାରଥାନ ଜେରା କରିବା ସହ ତାଙ୍କୁ ଗିରଫ କରିଛି। ସେ ଗିରଫ ହେବ ପୂର୍ବରୁ ଇଷ୍ଟଫ ଦେଇଥିଲେ। ହେମନ୍ତ ସୋରେନଙ୍କ ଇସ୍ତଫା ପରେ ଚମ୍ପାଇ ସୋରେନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।

ଜେଏମଏମ ସହ ଶାସକ ମେଣ୍ଟରେ ଥିବା କଂଗ୍ରେସ ଓ ବାମପନ୍ଥୀ ଦଳର ବିଧାୟକମାନେ ରାଜଭବନରେ ପହଞ୍ଚି ନିଜର ଶକ୍ତି ପ୍ରଦର୍ଶନ କରିଥିଲେ। ଚମ୍ପାଇ ସୋରେନ ବିଧାୟକ ଦଳର ନେତା ଭାବେ ମଧ୍ୟ ନିର୍ବାଚିତ ହୋଇଛନ୍ତି। ତେଣୁ ସେ ଝାରଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଛି। ହେମନ୍ତ ସୋରେନଙ୍କ ସରକାରରେ ଚମ୍ପାଇ ସୋରେନ ପରିବହନ ଠାରୁ ଆରମ୍ଭ କରି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ।

Related Posts