ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ସମ୍ବଲପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରନ୍ଦ୍ରେ ମୋଦୀ । ଝାରସୁଗୁଡା ବିମାନବନ୍ଦରରେ ପହଂଚିବା ପରେ ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ସମ୍ବଲପୁରରେ ପହଂଚିଛନ୍ତି । ଏହାପରେ ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ। ଏଥିସହିତ ସେ ୬୮ ହଜାର କୋଟିର ୧୮ଟି ପ୍ରକଳ୍ପ ଭେଟିଦେବେ। ଏହି ଅବସରରରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ ପ୍ରମୁଖ ଉପସ୍ଥିତ ଅଛନ୍ତି ।
ଯେଉଁଥିରେ ସମ୍ବଲପୁର ରେଳଷ୍ଟେସନର ନବୀକରଣର ଶୁଭ ଦିଆଯିବା ସହ, ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନକୁ ସୋନପୁର ଆଗକୁ ଲୋକାର୍ପିତ ହେବା ସହ ସୋନପୁରରୁ ପୁରୀକୁ ନୂଆ ଟ୍ରେନ ଚଳାଚଳର ଶୁଭାରମ୍ଭ ହେବ । ଏନଟିପିସିର ଦୁଇଟି ପ୍ରକଳ୍ପର ଲୋକାର୍ପଣ ସାଙ୍ଗକୁ ବ୍ରାହ୍ମଣୀ ନଦୀରେ ଦୁଇ ଟିକିଆ ପୋଲର ଉଦ୍ଘାଟନ, ଝାରସୁଗୁଡ଼ାର ପୁରାତନ ପୋଷ୍ଟ ଅଫିସକୁ ଐତିହ୍ୟ ପ୍ରକଳ୍ପ ଭାବେ ଲୋକାର୍ପଣର ବି କାର୍ଯ୍ୟକ୍ରମ ରହିଛି ।
ଏହା ପରେ ରେମେଡରେ ବିଶାଳ ସାଧାରଣ ସଭାରେ ଯୋଗ ଦେବେ ମୋଦୀ । ଏହି ସମାବେଶର ନାଁ ରହିଛି ‘ବିଶାଳ ଗ୍ୟାରେଂଟି ସମାବେଶ’ । ପଶ୍ଚିମ ଓଡିଶାର ୫ଟି ଲୋକସଭା କ୍ଷେତ୍ରରୁ ଲକ୍ଷେରୁ ଅଧିକ ଲୋକଙ୍କ ସମାଗମ ହେବ । ଏହି ସମାବେଶରେ ସମ୍ବଲପୁର, ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କଳାହାଣ୍ଡି ସଂସଦୀୟ କ୍ଷେତ୍ରର ଜନସାଧାରଣ ସାମିଲ ବେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୋଦୀଙ୍କ ଗସ୍ତ ବେଳେ ୭୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବା ସହ ସୁରକ୍ଷା ଦାୟିତ୍ୱରେ ୭ ଜଣ କମାଣ୍ଡାଂଟଙ୍କ ସହ ପ୍ରାୟ ୩ ଶହ ଅଫିସରଙ୍କୁ ନିୟୋଜିତ କରାଯାଇଛି । ଉତରାଂଚଳ ପୁଲିସ ରେଞ୍ଜ ଅନ୍ତର୍ଗତ ୪ଟି ଜିଲ୍ଲରା ଏସପି ଓ ଦୁଇଜଣ ଆଇଜି ସୁରକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି ।





