ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ ଲେଖିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।





