ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହି କ୍ରମରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଶୋକ ବ୍ୟକ୍ତ କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି|
ରାଷ୍ଟ୍ରପତି ସୋସିଆଲ ମିଡ଼ିଆ ‘ଏକ୍ସ’ରେ ଲେଖିଛନ୍ତି, ‘ବରିଷ୍ଠ ନେତା ତଥା ଓଡିଶା ସରକାରରେ ବହୁବାର ମନ୍ତ୍ରୀ ହୋଇଥିବା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ମର୍ମାହତ | ଓଡ଼ିଶା ଏବଂ ଦେଶର ଉନ୍ନତି ପାଇଁ ତାଙ୍କ ଅବଦାନ ସ୍ମରଣୀୟ | ଏହି ଦୁଃଖ ସମୟରେ ପରିବାର ବର୍ଗଙ୍କ ସହ ଅନୁଗାମୀଙ୍କୁ ଗଭୀର ସମବେଦନା ଜଣାଉଛି |’
https://x.com/rashtrapatibhvn/status/1771025352565158034?s=20
ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଶୁକ୍ରବାର ସକାଳେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।





