ଭୁବନେଶ୍ୱର,୩୦/୩(ସତ୍ୟପାଠ ବ୍ୟୁରୋ): ଆଜି ସକାଳେ ବିଜେଡି ଛାଡିଥିଲେ ଏବଂ ମଧ୍ୟାହ୍ନରେ ବିଜେପିରେ ମିଶିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଶ୍ରୀ ମିଶ୍ର ବିଧିବଦ୍ଧଭାବେ ବିଜେପିରେ ସାମିଲ ହୋଇଛନ୍ତି ।
ଆଜି ସକାଳ ଉତ୍ତର ଭୂବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ବିଜେଡି ଛାଡିଥିଲେ ଏବଂ ମାତ୍ର ଘଣ୍ଟା ଭିତରେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପିର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଶ୍ରୀ ମିଶ୍ର ବିଧିବଦ୍ଧଭାବେ ବିଜେପିରେ ସାମିଲ ହୋଇଛନ୍ତି ।





