ଭୁବନେଶ୍ୱର,୨୯/୫(ସତ୍ୟପାଠ ବ୍ୟୁରୋ): ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅନ୍ତିମ ପର୍ଯ୍ୟାୟ ଭୋଟ୍ ପାଇଁ ମାରାଥନ୍ ପ୍ରଚାରରେ ଆସିବେ ମୋଦି। ସେ ଆଜି ବାରିପଦା, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ଜନସଭାକୁ ସମ୍ବୋଧନ କରିବ। ପ୍ରଥମେ ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ବାରିପଦା ସ୍ଥିତ ଛଉ ପଡ଼ିଆରେ ବିଜୟ ସଂକଳ୍ପ ସମାବେଶ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ଅପରାହ୍ନ ୨ଟାରେ ବାଲେଶ୍ୱର ଗସ୍ତ କରି ରେମୁଣା ସ୍ଥିତ ନରହରି ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବେ।
ଶେଷରେ ପ୍ରଚାର ପାଇଁ କେନ୍ଦ୍ରାପଡ଼ା ଗସ୍ତ କରିବେ ପ୍ରଧାନମନ୍ତ୍ରୀ। ଅପରାହ୍ନ ୪ଟାରେ ବରୁଆ ପଡ଼ିଆରେ ବିଜୟ ସଂକଳ୍ପ ସମାବେଶ କାର୍ଯ୍ୟକ୍ରମରେ ଯୋଗଦେବେ।ଆଜି
ପ୍ରଧାନମନ୍ତ୍ରୀ ତାଙ୍କ ପ୍ରଚାର ବେଳେ ଓଡ଼ିଶାବାସୀଙ୍କୁ କଣ କହିବେ, ତାହା ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି।
ଅନ୍ୟପକ୍ଷରେ କଂଗ୍ରେସ ପାଇଁ ପ୍ରଚାର କରିବାକୁ ଆଜି ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ଭଦ୍ରକ ଓ ବାଲେଶ୍ୱରରେ ଖଡଗେ କରିବେ ଶୋଭାଯାତ୍ରା। ଦିନ ୧୧ଟାରେ ଖଡ଼ଗେ ବାଲେଶ୍ୱରରେ ସଭା କରିବେ। ଅପରାହ୍ନ ୩ଟାରେ ଚାନ୍ଦବାଲିରେ ନିର୍ବାଚନୀ ସଭା କାର୍ଯ୍ୟକ୍ରମ ରହିଛି।
ଆସନ୍ତାକାଲି ଶେଷ ପର୍ଯ୍ୟାୟ ପ୍ରଚାର ପାଇଁ ଭଦ୍ରକ ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି । ପୂର୍ବାହ୍ନ ୧୧ଟାରେ ସିମୁଳିଆ ସାନମହିତପୁର ଆସି ରାହୁଲ ପ୍ରଚାର କରିବା କାର୍ଯ୍ୟକ୍ରମ ରହିଛି।





