ଭୁବନେଶ୍ୱର,୩୧/୫(ସତ୍ୟପାଠ ବ୍ୟୁରୋ): ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଆଉ ୨ଜଣଙ୍କର ମୃତ୍ୟୁ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି।
ସୂଚନା ଯୋଗ୍ୟ, ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ପ୍ରଥମେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଥିଲେ। ବୁଧବାର ରାତିରେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ ୨ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ପୁଲିସ ନିଜ ଆଡୁ ମାମଲା ରୁଜୁ କରିଛି।





