ଭୁବନେଶ୍ୱର,୪/୬(ସତ୍ୟପାଠ ବ୍ୟୁରୋ): ଏପ୍ରିଲ ୧୯ରେ ଆରମ୍ଭ ହୋଇଥିବା ଲୋକସଭା ଓ ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହୋଇଛି । ଜୁନ୍ ୧ରେ ୮ଟି ରାଜ୍ୟରେ ୫୭ଟି ଆସନରେ ଭୋଟ୍ ଗ୍ରହଣ ହୋଇଯାଇଛି ।
ସୂଚନା ଅନୁସାରେ କଣ୍ଟାବାଞ୍ଜିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାଜିତ ହୋଇଛନ୍ତି । ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ଠାରୁ ହାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ ଦୁଇଟି ସ୍ଥାନରୁ ପ୍ରାର୍ଥୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ । କଣ୍ଟାବାଂଜି ଓ ହିଞ୍ଜିଳିରୁ ପ୍ରାର୍ଥୀ ହୋଇଛନ୍ତି ନବୀନ । କଣ୍ଟାବାଂଜିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାଜିତ ହୋଇଥିୃବା ସୂଚନା ମିଳିଛି ।





