ଭୁବନେଶ୍ୱର,୯/୬(ସତ୍ୟପାଠ ବ୍ୟୁରୋ): ରାଜଧାନୀ ଭୁବନେଶ୍ବରରେ ପୁଣି ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜଧାନୀ ଦେଖିବ ମୋଦିଙ୍କ ବିଶାଳ ରୋଡ୍ ସୋ’। ୧୨ ତାରିଖରେ ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ରହିଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ଯୋଗ ଦେବେ। ଏହି ଅବସରରେ ଜୟଦେବ ବିହାରରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍ ସୋ’ କରି ଯିବେ ପ୍ରଧାନମନ୍ତ୍ରୀ।
ଆସନ୍ତା ୧୨ ତାରିଖରେ ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ଶପଥ ଗ୍ରହଣ ଉତ୍ସବ ଜନତା ମୈଦାନରେ ହେବ। ସେଥିପାଇଁ ଜନତା ମୈଦାନରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥିରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତେଣୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିଶନରେଟ୍ ପୁଲିସ୍।





