ଭୁବନେଶ୍ୱର,୨୪/୯(ସତ୍ୟପାଠ ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନକୁ ବର୍ଷା ଆଲର୍ଟ। ପାଣିପାଗ ବିଭାଗର ପୂର୍ବାନୁମାନ, ଆଜି ରାଜ୍ୟରେ ଅଧାରୁ ଅଧିକ ଜିଲ୍ଲାରେ ଲାଗିରହିବ ବର୍ଷା । ବିଜୁଳି ଘଡ଼ଘଡ଼ି ପାଇଁ ମଧ୍ୟ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲା ଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗିରହିବ। ବିଶେଷ କରି ଆଂଶିକ ଭାବେ ପୂର୍ବ ଓ ପଶ୍ଚିମ ଓଡ଼ିଶା ଏବଂ ସମ୍ପୂର୍ଣ୍ଣ ଭାବେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ତେବେ ୨୭ ପରେ ପାଗରେ ପରିବର୍ତ୍ତନ ହେବ ବୋଲି ଆଶା ରଖାଯାଇଛି।





