ପାରାଦୀପରେ ହେବ ନୂଆ ଏୟାରପୋର୍ଟ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପାରାଦୀପରେ ହେବ ନୂଆ ଏୟାରପୋର୍ଟ । ଏ ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର।

ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ରର ବିକାଶ ସଂପର୍କରେ ମଧ୍ୟ ଆଲୋଚନା ହୋଇଛି । ନୋଡାଲ ଏଜେନ୍ସି ଭାବରେ ଏହି ବିକାଶ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଛି।

Related Posts