ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପାକିସ୍ତାନ ଉପରେ ଏୟାରଷ୍ଟ୍ରାଇକ । ଆତଙ୍କୀ ଶିବିରରେ ବଡ଼ ଆଟାକ । ଘନ ଘନ ମିସାଇଲ ମାଡ଼ରେ ଧ୍ୱଂସ ହୋଇଗଲା ଆତଙ୍କୀ ଗଡ଼। ପ୍ରଧାନମନ୍ତ୍ରୀ ଆବାସରୁ ପୂରା ଅପରେସନ୍ ଦେଖୁଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅପରେସନର ସମସ୍ତ ସୂଚନା ନେଉଥିଲେ ପ୍ରଧାନମନ୍ତ୍ରୀ। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ସହ ଯୋଗାଯୋଗରେ ଥିଲେ ୩ ସେନା ମୁଖ୍ୟ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅବଗତ କରାଉଥିଲେ NSA ଅଜିତ ଡୋଭାଲ୍। ଉଲ୍ଲେଖଯୋଗ୍ୟ, ଗତକାଲି ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତ କରିଥିଲା ବଡ଼ ଏୟାରଷ୍ଟ୍ରାଇକ୍ । ପାକ୍ ଅଧିକୃତ କାଶ୍ମୀରରେ କରିଥିଲା ପ୍ରଚଣ୍ଡ ହମଲା । ଲଢୁଆ ଯୁଦ୍ଧ ବିମାନ ଓ ମିସାଇଲ ଯୋଗେ ଆତଙ୍କୀ ଶିବିରରେ ବଡ଼ ଆଟାକ୍ କରିଥିଲେ ଭାରତୀୟ ସେନା ।
ମୋଟ୍ ୯ଟି ସ୍ଥାନକୁ କରାଯାଇଥିଲା ଟାର୍ଗେଟ୍ । ସେନାର ଏହି ଅପରେସନ ନାମ ରଖାଯାଇଥିଲା ‘ସିନ୍ଦୂର’ । ପହଲଗାମ୍ ଧର୍ମ ପଚାରି ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ‘ଅପରେସନ୍ ସିନ୍ଦୂର’ ମାଧ୍ୟମରେ କଡ଼ା ଗଣ୍ଡା ଜବାବ ଦେଇଥିଲା ଭାରତୀୟ ସେନା ।





