ବିରୋଧୀ ଦଳ ନେତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବିରୋଧୀ ଦଳ ନେତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ଫୋନ କରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସକାଳେ ଫୋନ୍ ଯୋଗେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ସହିତ କଥା ହୋଇ ତାଙ୍କୁ ଜନ୍ମ ଦିନର ଶୁଭେଛା ଜଣାଇଛନ୍ତି। ଦୀର୍ଘ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି କହିଛନ୍ତି।

Related Posts