ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ):ଖୁବ ଶୀଘ୍ର କ୍ଷୟକ୍ଷତିର ଆକଳନ କରି ଅନଲାଇନରେ ତୁରନ୍ତ ଦିଆଯିବ କ୍ଷତିପୂରଣ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ତେବେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଖୁବ ଶୀଘ୍ର କ୍ଷୟକ୍ଷତିର ଆକଳନ ହେବ | ଆସନ୍ତାକାଲି ଠାରୁ କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି|
କ୍ଷତି ହୋଇଥିବା ଶସ୍ୟ ଠିକ ଆକଳନ କରିବେ ଅଧିକାରୀ | ୭୨ ଘଣ୍ଟା ରେ ଦେବେ ରିପୋର୍ଟ | ଅଧିକ ସରକାରୀ କର୍ମଚାରୀ ଆବଶ୍ୟକ ହେଲେ ଅନ୍ୟ ଜିଲ୍ଲାରୁ କର୍ମଚାରୀଙ୍କୁ ଅଣାଯିବ | ବହୁ ଜାଗାରେ ଘର କାନ୍ଥ ପଡିଛି ସେମାନଙ୍କୁ ପଲିଥିନ ଦିଆଯାଇଛି | ଘର କ୍ଷତି ହୋଇଥିଲେ ଆକଳନ ପରେ କ୍ଷତିପୂରଣ ଦିଆଯିବ | ଆକଳନ ବେଳେ ବ୍ୟାଙ୍କ ଖାତା, ଆକାଉଣ୍ଟ ନଂ ମାଗିବେ ଅଧିକାରୀ | ଅନଲାଇନରେ ତୁରନ୍ତ କ୍ଷତିପୂରଣ ଦିଆଯିବ ବୋଲି କହିଛନ୍ତି ।





