ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଓଡ଼ିଶାରେ ସରକାର ପରିବର୍ତନ ହେବାରେ ପ୍ରଥମ ସେମି କଣ୍ଡକ୍ଟର ଉତ୍ପାଦନ ୟୁନିଟ୍ର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ମଧ୍ୟରେ କେନ୍ଦ୍ର ସୂଚନା ପ୍ରସାରଣ, ଇଲେକ୍ଟ୍ରୋନିକ୍ସ, ଆଇଟି ଓ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଭିସିରେ ଯୋଗ ଦେଇ ବଡ ବୟାନ ଦେଇଥିବାର ଦେଖିବାକୁ ମିଳିଛି । ତେବେ ଡବଲ ଇଂଜିନ ସରକାରରେ ଓଡିଶାରେ ବିକାଶ ହେଉଛି। ସରକାରଙ୍କ ସ୍ବପ୍ନ ଥିଲା ଉନ୍ନତ ମାନର ଶିଳ୍ପ ଓଡ଼ିଶାକୁ ଆସୁ, ଏବଂ ଏହା ସଫଳ ହେଉଛି। ଆଗାମୀ ବର୍ଷରେ ସେମି କଣ୍ଡକ୍ଟର କ୍ଷେତ୍ରରେ ବହୁ ମାତ୍ରାରେ ସୁଯୋଗ ରହିଛି।
ଆଗ୍ରେସିଭଲି ଇଲେକ୍ଟ୍ରୋନିକ୍ସ ଫାକ୍ଟ୍ରି ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ହୁଅନ୍ତୁ, ସମସ୍ତ ସହଯୋଗ ଯୋଗାଇ ଦେବାକୁ କେନ୍ଦ୍ର ସରକାର ପ୍ରସ୍ତୁତ ଅଛନ୍ତି ବୋଲି ଆଇଟି ଓ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଆହୁରି କହିଛନ୍ତି, ରାଜ୍ୟ ସରକାରଙ୍କୁ ଅନୁରୋଧ ଡାଟା ସେଣ୍ଟର ପଲିସି ଆଣନ୍ତୁ। ଏଥିରେ ଶସ୍ତାରେ ବିଦ୍ୟୁତ, ଗମନାଗମନ ପାଇଁ ରାସ୍ତା, ଆବଶ୍ୟକ ଭିତ୍ତିଭୂମି ଯୋଗାଇବାର ବ୍ୟବସ୍ଥା କରନ୍ତୁ। ଏପରି ହୋଇପାରିଲେ ବହୁ ଡାଟା କମ୍ପାନୀ ଓଡ଼ିଶା ଆସିବେ। ଭୁବନେଶ୍ୱର ଆଇଆଇଟିରେ ନିଜ ଏମପି ଲାଡରେ ସେମିକଣ୍ଡକ୍ଟର ଲ୍ୟାବ ପ୍ରତିଷ୍ଠା କରାଯାଇଥିବା ସୂଚନା ଦେଇଛନ୍ତି କେନ୍ଦ୍ର ଆଇ ଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।





