ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ମେଡିସିନ୍ ୱାର୍ଡକୁ ସ୍ଥାନାନ୍ତରିତ ହେଲେ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ତେବେ ଏମ୍ସ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ତାଙ୍କର Vitals ସ୍ଥିର ରହିଛି। ତାଙ୍କୁ ventilator supportରୁ ବାହାର କରାଯାଇଛି। ତାଙ୍କୁ ମେଡିସିନ୍ ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି। ସେପଟେ ଅଗଷ୍ଟ ୩୧ ତାରିଖରେ କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅଭିଜିତ । ଅନେକ ଦିନରୁ ଲିଭର ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ ।
ନିଜର ଦୈନନ୍ଦିନ କାମକୁ ଠିକ୍ ରୂପେ କରୁଥିବା ବେଳେ ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଗଣେଶ ପୂଜା ଏବଂ ଦଶହରାରେ ହେବାକୁ ଥିବା କାର୍ଯ୍ୟକ୍ରମ ପାଇଁ ସେ ବେଶ୍ ଉତ୍ସାହିତ ମଧ୍ଯ ଥିଲେ । ମାତ୍ର ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ପରିବାର ତଥା ଆତ୍ମୀୟମାନେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେବେଠାରୁ ସେ କୋମାରେ ରହିଛନ୍ତି। ଏହାପରେ ଗତ ସେପ୍ଟେମ୍ବର ୪ ତାରିଖରେ ଅଭିଜିତ ମଜୁମଦାରଙ୍କୁ ଭୁବନେଶ୍ବର ଏମ୍ସକୁ ଅଣାଯାଇଥିଲା।





