ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଦିଲ୍ଲୀ ବିସ୍ଫୋରଣ ଘଟଣା ସାରା ଦେଶକୁ ସ୍ତବ୍ଦ କରିଦେଇଛି । ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକମାନଙ୍କ ପରିବାର ପାଇଁ ସମବେଦନା ଜଣାଇଛନ୍ତି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ପରିସ୍ଥିତି ଉପରେ ନଜର ରଖିବା ଗୃହମନ୍ତ୍ରୀ ଅମିତ ଶାହଙ୍କ ସହିତ କଥା ହୋଇଛି ବୋଲି ମୋଦୀ ଟୁଇଟ୍ କରିଛନ୍ତି।
ଏହି ବିସ୍ଫୋରଣ ଘଟଣାରେ ଏପର୍ଯ୍ୟନ୍ତ ୧୩ ଜଣଙ୍କର ମୃତ୍ୟୁ ଘଟିଥିବା ନେଇ ଜାତୀୟ ଗଣମାଧ୍ୟମର ରିପୋର୍ଟରୁ ଜଣାପଡ଼ିଥିବା ବେଳେ ଅନ୍ୟ ୨୪ ଜଣ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।





