ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବିହାର ବିଧାନସଭା ନିର୍ବାଚନକୁ ନେଇ ସାରା ଦେଶର ନଜର ବିହାର ଉପରେ ରହିଛି । ତେବେ ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଛି, ଏବଂ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ୧୨୨ ଆସନରେ ଭୋଟର ୧,୩୦୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରୁଛନ୍ତି। ରାଜ୍ୟରେ ଅପରାହ୍ନ ୧ଟା ସୁଦ୍ଧା ବିହାରରେ ୪୭.୬୨% ମତଦାନ ହୋଇଛି ।





