ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବଢିଲା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବଢିଲା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ୧୩ ତାରିଖ ଦିନ ଉଦ୍‌ଯାପିତ ହେବ। ସେପଟେ କଟକର ଐତିହାସିକ ବାଲିଯାତ୍ରା ଆୟୋଜନ ପାଇଁ ପୂର୍ବରୁ ରାଜ୍ୟ ସରକାର ୨ କୋଟି ଟଙ୍କା ପ୍ରଦାନ କରୁଥିଲେ। କିନ୍ତୁ ଚଳିତ ବର୍ଷଠାରୁ ବାଲିଯାତ୍ରା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରୁ ୫ କୋଟି ଟଙ୍କା ଦିଆସରିଥିବା ବେଳେ ଅବଶିଷ୍ଟ ଟଙ୍କା ପ୍ରଦାନ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Related Posts