ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆଜି ରାଜଧାନୀ ପାଳୁଛି ୭୮ ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ବିଧାନସଭା ଆଗରେ ଥିବା ରାଜଧାନୀ ଶିଳାନ୍ୟାସରେ ମାଲ୍ୟାର୍ପଣ ସହିତ ପତାକା ଉତ୍ତୋଳନର କାର୍ୟ୍ୟକ୍ରମ ରହିଛି। ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଚଳିତବର୍ଷ ୧୩ ଓ ୧୪ ତାରିଖ ଦୁଇ ଦିନ ଧରି ପାଳନ ହେବ ରାଜଧାନୀ ପ୍ରତିଷ୍ଠା ଦିବସ । ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଏମସି ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜୟଦେବ ଭବନରେ ଏକ ସ୍ୱତନ୍ତ୍ର ଫଟୋ ଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଛି ।
