ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ୪୮ ଘଣ୍ଟା ଭିତରେ ସ୍ବତନ୍ତ୍ର ଅଧିବେଶନ ପାଇଁ ପ୍ରସ୍ତାବ ଦେଲେ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ । ତେବେ
ନବୀନ ପଟ୍ଟନାୟକ ଚିଠିରେ ଲେଖିଛନ୍ତି ଯେ, ଲୋକସଭାରେ ଓଡ଼ିଶାର ପ୍ରତିନିଧିତ୍ବ ବର୍ତ୍ତମାନ ୩.୯ ପ୍ରତିଶତ ରହିଛି । ଆସନ ସଂଖ୍ୟା ୨୧ରୁ ୨୯କୁ ବୃଦ୍ଧି ହେଲେ ବି ପ୍ରତିନିଧିତ୍ବ ୩.୪%କୁ କମିବ । ଫଳରେ ଆମର ରାଜନୈତିକ ଅଧିକାର ଅନ୍ୟ ରାଜ୍ୟମାନେ ଛଡ଼ାଇ ନେବେ । ଜନସଂଖ୍ୟା ନିୟନ୍ତ୍ରଣ ଓ ବିକାଶ କ୍ଷେତ୍ରରେ ଭଲ ପ୍ରଦର୍ଶନ କରୁଥିବା ଓଡ଼ିଶା ଭଳି ପ୍ରଗତିଶୀଳ ରାଜ୍ୟକୁ ଏହାଦ୍ୱାରା ଦଣ୍ଡିତ କରାଯାଉଛି ବୋଲି ସେ ଅଭିଯୋଗ କରିଛନ୍ତି। ସେପଟେ ପ୍ରକାଶିତ ରିପୋର୍ଟ ଅନୁସାରେ ଓଡ଼ିଶା ଚତୁର୍ଥ ସର୍ବାଧିକ କ୍ଷତିଗ୍ରସ୍ତ ରାଜ୍ୟ ହେବ । ଜନସଂଖ୍ୟା ବୃଦ୍ଧି, ମାନବ ସମ୍ପଦ ବିକାଶରେ ଅଗ୍ରଣୀ ସତ୍ତ୍ବେ ପ୍ରତିନିଧିତ୍ୱ ୧୫% କମିବ । ପ୍ରକାଶିତ ରିପୋର୍ଟ ଅନୁସାରେ ଓଡ଼ିଶା ଚତୁର୍ଥ ସର୍ବାଧିକ କ୍ଷତିଗ୍ରସ୍ତ ରାଜ୍ୟ ହେବ । ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଭବିଷ୍ୟତ ପିଢ଼ି ପାଇଁ ଗୁରୁତର ଅନ୍ୟାୟ ହେବ । ମାତ୍ର ମହିଳା ସଂରକ୍ଷଣ ବିଲ୍କୁ ବିଜେଡି ସ୍ବାଗତ କରୁଛି ହେଲେ ଓଡ଼ିଶାର କ୍ଷମତାକୁ କ୍ଷୁର୍ଣ୍ଣ କରାଯିବା ସଂଘୀୟ ବ୍ୟବସ୍ଥା ବିରୋଧୀ ବୋଲି ନବୀନ ପଟ୍ଟନାୟକ କହିଛନ୍ତି ।
