ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଭୋଟର ତାଲିକାରୁ ୯ ଲକ୍ଷ ୮୦ ହଜାର ନାମ ବାଦ । ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର। ତେବେ ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ୍ ବା ଏସ.ଆଇ.ଆରକୁ ନେଇ ଅଭିଯୋଗ ଆଣିଛନ୍ତି ସାଂସଦ ସସ୍ମିତ ପାତ୍ର । ନିର୍ଭୁଲ ଭୋଟର ତାଲିକା ଗଣତନ୍ତ୍ର ପାଇଁ ଆବଶ୍ୟକ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି। ପ୍ରାଥମିକ ଯାଞ୍ଚରେ ଏତେ ସଂଖ୍ୟକ ଭୋଟରଙ୍କ ନାଁ ବାଦ୍ ପଡ଼ିଛି, ଯାହା ସ୍ୱଚ୍ଛତା ଉପରେ ପ୍ରଶ୍ନ ଉଠାଇଛି ବୋଲି ସସ୍ମିତ ଲେଖିଛନ୍ତି। ପ୍ରକୃତ ଭୋଟର ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ହୋଇପାରନ୍ତି। ଏହା ନିର୍ବାଚନର ନିରପେକ୍ଷତାକୁ ପ୍ରଭାବିତ କରିବାର ଆଶଙ୍କା ରହିଛି। ତେଣୁ ସମ୍ପୂର୍ଣ୍ଣ ପ୍ରକ୍ରିୟାର ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି।
