ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ନଜରରେ ରଖି ଏପ୍ରିଲ ୨୭ରୁ ଖରା ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ତେବେ ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।