ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ):ଉତ୍ତେଜନାପୂର୍ଣ୍ଣ ଭାଷଣ ଦେବା ଅଭିଯୋଗରେ ଟିଏମସି ସାଂସଦ ଅଭିଷେକ ବାନାର୍ଜୀଙ୍କ ବିରୋଧରେ ମାମଲା ରୁଜୁ। ତେବେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଉତ୍ତେଜନାପୂର୍ଣ୍ଣ ଭାଷଣ ଦେବା ଅଭିଯୋଗରେ କୋଲକାତାର ବିଧାନନଗର ସାଇବର କ୍ରାଇମ୍ ପୁଲିସ ଷ୍ଟେସନରେ ବାନାର୍ଜୀଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ ହୋଇଛି। ଏଥିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିରୋଧରେ ଦିଆଯାଇଥିବା ମନ୍ତବ୍ୟ ମଧ୍ୟ ଉଲ୍ଲେଖ ଅଛି।

ସେପଟେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ରେ କ୍ଷମତା ହରାଇବା ଏବଂ ବର୍ଷ ବର୍ଷ ଧରି ସବୁଠାରୁ ବଡ଼ ନିର୍ବାଚନୀ ବିପର୍ଯ୍ୟୟର ସମ୍ମୁଖୀନ ହେବା ପରେ ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ଏବେ ସଂଗଠନକୁ ପୁନର୍ବାର ନିର୍ମାଣ କରିବାରେ ନିୟୋଜିତ ଅଛନ୍ତି । କୋଲକାତାରେ ତାଙ୍କ କାଲିଘାଟ ବାସଭବନରେ ମମତା ବାନାର୍ଜୀ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ଦଳୀୟ ପ୍ରାର୍ଥୀଙ୍କ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିଥିଲେ। ଦଳର ଜାତୀୟ ମହାସଚିବ ଅଭିଷେକ ବାନାର୍ଜୀ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ।