ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ । ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଏହି ସମ୍ମିଳନୀରେ ଯୋଗ ଦେବେ BRICS ରାଷ୍ଟ୍ରସମୂହର ପ୍ରତିନିଧି ଓ ବିଶେଷଜ୍ଞ।
ରୁଷିଆ, ସାଉଦି ଆରବ, ଦକ୍ଷିଣ ଆଫ୍ରିକା, ୟୁଏଇ, ଚାଇନା, ବ୍ରାଜିଲ, ଇଜିପ୍ଟ, ଇଥିଓପିଆ, ଇଣ୍ଡୋନେସିଆ, ଇରାନ୍ ପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିପର୍ଯ୍ୟୟ ପରିଚାଳନାରେ ଅନ୍ତର୍ଜାତୀୟ ସହଯୋଗ ନେଇ ଆଲୋଚନା ହେବ ବୋଲି ସୂଚନା ମିଳିଛି ।
ଏହି ବୈଷୟିକ ସମ୍ମିଳନୀ ମାଧ୍ୟମରେ BRICS ଦେଶମାନଙ୍କ ମଧ୍ୟରେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଜ୍ଞାନ- ବିନିମୟ, ନୂତନ ପ୍ରଯୁକ୍ତି ଓ ସମନ୍ୱିତ କାର୍ଯ୍ୟପଦ୍ଧତି ଉପରେ ଆଲୋଚନା ହେବା ସହିତ ପାରସ୍ପରିକ ସହଯୋଗ ଆହୁରି ସୁଦୃଢ଼ ହେବ ବୋଲି ଆଶା କରାଯାଉଛି। ଏହି ପରିପ୍ରେକ୍ଷୀରେ BRICS ରାଷ୍ଟ୍ରସମୂହଙ୍କୁ ନେଇ ଏପରି ଏକ ବୈଷୟିକ ସମ୍ମିଳନୀ ପୁରୀଠାରେ ଅୟୋଜିତ ହେବା ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ସଫଳତା ଓ ଦକ୍ଷତାକୁ ଅନ୍ତର୍ଜାତୀୟସ୍ତରରେ ପ୍ରଚାରିତ କରିବା ସହ ବିଶ୍ବସ୍ତରରେ ଓଡ଼ିଶାର ଛବିକୁ ଆହୁରି ସମୃଦ୍ଧ କରିବ ।
