ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ୭ ଦିନ ମଧ୍ୟରେ ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଭତ୍ତା ଟଙ୍କା, ଏକସଙ୍ଗେ ମିଳିବ ବକେୟା। ଏଭଳି ବଡ଼ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଭତ୍ତାକୁ ନେଇ କେନ୍ଦ୍ର ସରକାରଙ୍କର କିଛି ଟେକ୍ନିକାଲ ସମସ୍ୟା ଥିଲା ।

କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ଏସଏନଏସ ସ୍ପର୍ଶ ମାଧ୍ୟମରେ ଆକାଉଣ୍ଟ ଭେଟିଙ୍ଗ ଚାଲିଛି । ଯାହା ମାଧ୍ୟମରେ ଆଇଏଫଏମଏସ ସେବା ମାଧ୍ୟମରେ ରିଏଲ ଟାଇମ୍ ପେମେଣ୍ଟ ହେବ । ସେଥିପାଇଁ ଭତ୍ତା ପ୍ରଦାନରେ ଅସୁବିଧା ରହୁଛି । ଆଉ ସାତ ଦିନ ମଧ୍ୟରେ ଆକାଉଣ୍ଟ ଭେଟିଙ୍ଗ ହୋଇଗଲା ପରେ ଭତ୍ତା ସମସ୍ୟା ଆଉ ରହିବ ନାହିଁ । ଏକସଙ୍ଗେ ହିତାଧିକାରୀଙ୍କୁ ଭତ୍ତା ମିଳିଯିବ ବୋଲି ହିତାଧିକାରୀଙ୍କୁ ଆଶ୍ବସ୍ତ କଲେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ।