ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା ପାଣ୍ଡିଆନ। ବୁଧବାର ବରିଷ୍ଠ ନେତାଙ୍କ ସହ ନବୀନଙ୍କ ଆଲୋଚନା ପରେ ବଢ଼ିଲା ଚର୍ଚ୍ଚା। ଶଙ୍ଖ ଭବନରେ ଏନେଇ ନବୀନ ବଡ଼ ଘୋଷଣା କରିପାରନ୍ତି। ସୁଜାତା ନିଜେ ଶଙ୍ଖ ଭବନରେ ଉପସ୍ଥିତ ରହି ସଦସ୍ୟତା ଗ୍ରହଣ କରିବେ ବୋଲି କୁହାଯାଉଛି। ହେଲେ ଏହାକୁ ନେଇ ବିଜେଡି ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ମିଳିପାରିନାହିଁ।
ଆଜି ନବୀନ ନିବାସରେ ବିଜେଡି ନେତାମାନଙ୍କ ବଡ଼ ବୈଠକ ବସିଥିଲା। ବୈଠକରେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପ୍ରତାପ ଜେନା, ବରିଷ୍ଠ ନେତା ଅତନୁ ସବ୍ୟସାଚୀ ନାୟକ ଉପସ୍ଥିତ ଥିଲେ।
