ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ): ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ। ତେବେ ୯୦ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା । ୧୯୩୬ ମସିହା ଏପ୍ରିଲ ୧ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ । ଯାହାକୁ ନେଇ ପ୍ରତ୍ୟେକ ଓଡ଼ିଆ ନିଜକୁ ଗର୍ବିତ ଅନୁଭବ କରନ୍ତି । ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ ।୧୯୩୬ ଏପ୍ରିଲ ୧ ତାରିଖରେ ଭାଷା ଭିତ୍ତିରେ ଆମ ଓଡ଼ିଶାକୁ ମିଳିଥିଲା ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା । ଭାଷା ଭିତ୍ତିରେ ଏକ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇବାରେ ଓଡ଼ିଶା ପାଲଟିଥିଲା ଭାରତର ପ୍ରଥମ ରାଜ୍ୟ ।
ଏହି ଅବସରରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୂଅ ଛୁଟୁଛି । ଦେଶର ରାଷ୍ଟ୍ରପତି ମହାମହିମ ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଥିବାର ଦେଖିବାକୁ ମିଳିଛି ।





