ପୁରୀ(ସତ୍ୟପାଠବ୍ୟୁରୋ)- ଇସ୍କନର ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ଗଜପତି ମହାରାଜା। ଏ ପ୍ରସଙ୍ଗରେ ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ସମୟ ଲୋଡ଼ିଥିବାବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି। ବିଦେଶରେ ଇସ୍କନ ପକ୍ଷରୁ ଆୟୋଜିତ ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରାକୁ ନେଇ ଚିଠି ଲେଖିଛନ୍ତି। ପରମ୍ପରାକୁ ଭାଙ୍ଗି ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ କରାଯାଉଛି। ଏହା ଜଗନ୍ନାଥପ୍ରେମୀଙ୍କ ଧର୍ମୀୟ ଭାବାବେଗକୁ ଆଘାତ ଦେଉଛି ବୋଲି କହିଛନ୍ତି ପୁରୀ ଗଜପତି।