ସୁବର୍ଣ୍ଣପୁର(ସତ୍ୟପାଠ ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଅଞ୍ଚଳରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି। ମୃତକ ହେଲେ ଡୁଙ୍ଗୁରିପାଲି ବ୍ଲକ ସମଲେଇଚୁଆ ଗ୍ରାମର ବବୁନ ପାଣ୍ଡେ (୨୭)। ସୂଚନା ଅନୁସାରେ, ବବୁନଙ୍କୁ ହତ୍ୟା କରିବା ପରେ ତାଙ୍କ ମୃତଦେହକୁ ନିକଟସ୍ଥ ପାଣ୍ଡ୍ରି ଡୁଙ୍ଗୁରି ଅଞ୍ଚଳରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି। ଘଟଣା ସମ୍ପର୍କରେ ଖବର ପାଇ ଡୁଙ୍ଗୁରିପାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ତେବେ ପୂର୍ବ ଶତ୍ରୁତା କାରଣରୁ ଏହି ହତ୍ୟାକାଣ୍ଡ ହୋଇଥିବା ପୋଲିସ ସନ୍ଦେହ କରୁଛି। ହେଲେ ତଦନ୍ତ ପରେ ଘଟଣାର ପର୍ଦ୍ଦାଫାଶ ହେବ।
