ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ସେପଟେ ପୂର୍ବରୁ ମାର୍ଚ୍ଚ ୨୮ରେ ମଧ୍ୟ ପଶ୍ଚିମବଙ୍ଗ ଯାଇ ପ୍ରଚାର କରି ଥିଲେ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଆସନ୍ତା ୨୩ ତାରିଖ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ ୨୯ ତାରିଖରେ ହେବ ।