ଭୁବନେଶ୍ବର(ସତ୍ୟପାଠବ୍ୟୁରୋ): ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ୪ ଜିଲ୍ଲାରେ ଭୀଷଣ ବର୍ଷା ହୋଇଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଛି। ଏହାସହ ବାକି ସବୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ଆସନ୍ତାକାଲି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ।
