ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଚାଷୀଙ୍କ ଆକାଉଣ୍ଟକୁ ଆସିଲା ସିଏମ୍-କିଷାନ ଟଙ୍କା। ଭୁବନେଶ୍ୱର ଓୟୁଏଟିଠାରେ ଆୟୋଜିତ ଉତ୍ସବରେ ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସିଏମ-କିଷାନର ପଞ୍ଚମ କିସ୍ତିରେ ମୋଟ ୮୩୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଆର୍ଥିକ ସହାୟତା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ପ୍ରଦାନ କରାଯାଇଛି।

ଡିବିଟି ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଉପକୃତ ହେଲେ ରାଜ୍ୟର ୪୧ ଲକ୍ଷରୁ ଉର୍ଦ୍ଧ୍ୱ କ୍ଷୁଦ୍ର, ନାମମାତ୍ର, ବିଶେଷ ଭାବେ ଅନୁନ୍ନତ ଜନଜାତି ସମୂହ ଏବଂ ଭୂମିହୀନ କୃଷକ ପରିବାର। ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗଦେଇଛନ୍ତି।