ଭୁବନେଶ୍ୱର, (ସତ୍ୟପାଠବ୍ୟୁରୋ): ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତାକାଲି ଦିଲ୍ଲୀରେ ଆୟୋଜିତ ରୋଡ୍ ସୋ’ରେ ସେ ଯୋଗଦେବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ସେବା ସଂକଳ୍ପ ଅଭିଯାନ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନିଜେ ଏନେଇ ସୂଚନା ଦେଇଛନ୍ତି। ଦିଲ୍ଲୀ ଗସ୍ତ ସମୟରେ ୟୁରୋପ, ଜାପାନ ଓ ଦକ୍ଷିଣ କୋରିଆର ପ୍ରତିନିଧି ଦଳ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ହେବ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଏହି ଦେଶଗୁଡ଼ିକର ପ୍ରତିନିଧିମାନେ ଆଗ୍ରହ ପ୍ରକାଶ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଆଲୋଚନାରେ ଓଡ଼ିଶାରେ ଶିଳ୍ପ ଓ ପ୍ରଯୁକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯିବ। ବିଶେଷକରି ଓଡ଼ିଶାକୁ ଏକ ପ୍ରମୁଖ ସେମିକଣ୍ଡକ୍ଟର ହବ୍ ଭାବେ ବିକଶିତ କରିବା ପାଇଁ ସରକାର ଯୋଜନା କରୁଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
