ଭୁବନେଶ୍ୱର, (ସତ୍ୟପାଠବ୍ୟୁରୋ): ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ବଦଳିଲା ବରିଷ୍ଠ ଅଧିକାରୀଙ୍କ ଦାୟିତ୍ୱ । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କୁ ଆରଓଟିଆଇ(ରୋଟି)ର ଯୁଗ୍ମ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବରେ କାର୍ଯ୍ୟ କରୁଥିବା ଗୀତାଞ୍ଜଳି ନାୟକଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ଅତିରିକ୍ତ ଶାସନ ସଚିବ ଦାୟିତ୍ୱ ମିଳିଛି । କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗରେ ଅତିରିକ୍ତ ସଚିବ ଭାବରେ କାର୍ଯ୍ୟ କରୁଥିବା ନିବେଦିତା ବିଶ୍ୱାଳଙ୍କୁ ପଞ୍ଚାୟତିରାଜ ବିଭାଗର ଦାୟିତ୍ୱ ମିଳିଥିବା ବେଳେ, ବାଲେଶ୍ୱରର ଫକୀର ମୋହନ ବିଶ୍ୱବିଦ୍ୟାଳୟର ପୂର୍ବତନ ରେଜିଷ୍ଟ୍ରାର କୁକୁମିନା ଦାସଙ୍କୁ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗରେ ନିଯୁକ୍ତି ଦିଆଯାଇଛି। ତାଙ୍କୁ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ, ବାରିପଦାର ପି.ଡି., ଆର ଆଣ୍ଡ ଆରରେ ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳ ମାଧ୍ୟମରେ ବିଭିନ୍ନ ବିଭାଗରେ ନୂଆ ଦାୟିତ୍ୱ ବଣ୍ଟନ ହୋଇଛି । ଓଡ଼ିଶା ସରକାର ଏକ ଅମଲାତାନ୍ତ୍ରିକ ପୁନର୍ଗଠନ କରି ଚାରି ଜଣ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀଙ୍କୁ ସ୍ଥାନାନ୍ତର ଏବଂ ନୂତନ ପଦବୀ ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଆଜି ଜାରି ହୋଇଥିବା ଏକ ବିଜ୍ଞପ୍ତି ଅନୁଯାୟୀ, ଅଧିକାରୀମାନଙ୍କୁ ବିଭିନ୍ନ ବିଭାଗ ଏବଂ ପ୍ରଶାସନିକ ପଦବୀରେ ନିଯୁକ୍ତି ଦିଆଯାଇଛି।
