ଭୁବନେଶ୍ବର (ସତ୍ୟପାଠ ବ୍ୟୁରୋ) : ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କୁ ଭେଟିଥିଲେ ରାଜ୍ୟପାଳ । ଦିଲ୍ଲୀରୁ ଫେରିବା ପରେ ଆଜି ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିବା ନେଇ ଚର୍ଚ୍ଚା ହେଉଛି ।