ଭୁବନେଶ୍ବର, (ସତ୍ୟପାଠବ୍ୟୁରୋ) : ଛାତ୍ର ସଂସଦ ନିର୍ବାଚନର ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ବିରୋଧୀ ଦଳକୁ ବି କଟାକ୍ଷ କରିଛନ୍ତି । ପୂର୍ବ ସରକାର ନିଜର ରାଜନୈତିକ ସ୍ୱାର୍ଥ ପାଇଁ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରଖିଥିଲେ । ଛାତ୍ରଛାତ୍ରୀଙ୍କ ଗଣତାନ୍ତ୍ରିକ ସ୍ୱରକୁ ଚାପି ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ ଏକ୍ସରେ ଉଲ୍ଲେଖ କରିଛନ୍ତି । ଏଥିସହ ସେ ଲେଖିଛନ୍ତି, ଆମେ ଛାତ୍ର ସମାଜକୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରି, ସଫଳତାର ସହ ନିର୍ବାଚନ ପରିଚାଳନା କରିଛୁ । କ୍ୟାମ୍ପସରେ ଗଣତନ୍ତ୍ରର ପୁନଃପ୍ରତିଷ୍ଠା କରିଛୁ ।
ବିଜୟୀ ପ୍ରାର୍ଥୀମାନେ ଛାତ୍ରଛାତ୍ରୀଙ୍କ ଆଶା, ଆକାଂକ୍ଷା ତଥା ସେମାନଙ୍କ ସ୍ୱରକୁ ସମ୍ମାନ ଜଣାଇ ଦାୟିତ୍ୱକୁ ନିଷ୍ଠା ଓ ସଚ୍ଚୋଟତାର ସହ ତୁଲାଇବେ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି। କ୍ୟାମ୍ପସରେ ଶୃଙ୍ଖଳା, ଶୈକ୍ଷିକ ବାତାବରଣ, ଏକତା ଓ ସୁସ୍ଥ ଗଣତାନ୍ତ୍ରିକ ପରମ୍ପରାକୁ ଆହୁରି ସୁଦୃଢ଼ କରି ଏକ ବିକଶିତ ଓଡ଼ିଶା ଗଠନରେ ଆପଣମାନେ ଅଗ୍ରଣୀ ଭୂମିକା ଗ୍ରହଣ କରନ୍ତୁ। ସମସ୍ତ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଉଜ୍ଜ୍ୱଳ ଭବିଷ୍ୟତ ତଥା ସଫଳ କାର୍ଯ୍ୟକାଳ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଏକ୍ସରେ ଉଲ୍ଲେଖ କରିଛନ୍ତି ।
