(ସତ୍ଯପାଠ ବ୍ୟୁରୋ) ଭୁବନେଶ୍ୱର : ଗତ ୨ ଦିନ ଧରି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ଶହ ଉପରେ ରହୁଥିବା ବେଳେ ଶୁକ୍ରବାର ଦିନ ଏହା ସାମାନ୍ୟ ଖସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୦୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ତେବେ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ସେହିପରି ଆଜି ଆଉ ୬୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୦୨ ରେ ପହଞ୍ଚିଛି।
ଚିହ୍ନଟ ହୋଇଥିବା ୧୨୦୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୫୫ ଜଣ, ବାଲେଶ୍ୱରରୁ ୬୩ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୧୭୩ ଜଣ, ଦେବଗଡ଼ରୁ ୩୫ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୬୦ ଜଣ, ଯାଜପୁରରୁ ୫୭ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୩୨ ଜଣ, କେଉଁଝରରୁ ୧୬ ଜଣ, ଖୋର୍ଦ୍ଧାରୁ ୩୯୯ ଜଣ, କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୩୩ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨୫ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୫୮ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୨୪ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତ ୨୪ ଘଣ୍ଟାରେ ୬୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୯ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଅନୁଗୋଳରୁ ୪, ବାଲେଶ୍ୱରରୁ ୬, ଭଦ୍ରକରୁ ୧, ବଲାଙ୍ଗିରରୁ ୨, କଟକରୁ ୧୧, ଗଞ୍ଜାମରୁ ୧୦, ଝାରସୁଗୁଡ଼ାରୁ ୧, କନ୍ଧମାଳରୁ ୧, କେନ୍ଦୁଝରରୁ ୩, ମୟୂରଭଞ୍ଜରୁ ୨, ନୟାଗଡ଼ରୁ ୧, ନୂଆପଡ଼ାରୁ ୧, ପୁରୀରୁ ୨, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯, ୮୪, ୭୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୫, ୩୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩, ୦୦୬ ଆକ୍ଟିଭ କେସ୍ ରହିଛି।
