(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର: ଅଗଷ୍ଟ ୧୪ ତାରିଖରୁ ୧୬ ତାରିଖ ମଧ୍ୟରେ ଯୁକ୍ତ ଦୁଇ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଗତବର୍ଷ ଅଗଷ୍ଟ ୨୧ ରେ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ଏହାର ସପ୍ତାହ ପୂର୍ବରୁ ଆରମ୍ଭ ହେବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ତେବେ ଚଳିତ ବର୍ଷ ୫୫ ହଜାରରୁ ଅଧିକ ସିଟ୍ ବୃଦ୍ଧି ପାଇଁ ଆବେଦନ ହୋଇଛି। ତେବେ ବିଜ୍ଞାନ ପାଇଁ ଲାବୋରରୋଟୀ ସମସ୍ୟା ହୋଇପାରେ।
ତେଣୁ ଏ ସବୁର ଭିତ୍ତିଭୂମି ଯାଞ୍ଚ ଚାଲିଛି। ଗତକାଲି ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏ ନେଇ ବୈଠକ ବସିଥିଲା। ସେଲ୍ଫ ଫାଇନାନ୍ସିଂ କଲେଜର ଅଧିକ ଯାଞ୍ଚ ହେଉଛି। ସେମାନେ ଲାବୋରଟୋରୀ ସୁବିଧା କେତେ ଯୋଗାଇ ପାରିବେ ତାହାର ଅନୁଧ୍ୟାନ ଚାଲିଛି। ଆବେଦନ ପୂର୍ବରୁ କେତେ ସିଟ୍ ବଢ଼ିଲା SAMS ୱେବସାଇଟରେ ତଥ୍ୟ ଉପଲବ୍ଧ ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।
