ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୦୭ ଜଣ ପଜିଟିଭ୍, ପ୍ରାଣ ହରାଇଲେ ୬୭ ଜଣ କରୋନା ଆକ୍ରାନ୍ତ

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର : ରାଜ୍ୟରେ କରୋନ ସଂକ୍ରମଣ କେତେବେଳେ ବଢୁଛି ତ ପୁଣି କେତେବେଳେ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୦୭ ଜଣ ନୂଆ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୪୬ ଏବଂ ସ୍ଥାନୀୟ ସଂକ୍ରମିତ ୪୬୧ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଜିଲାରୁ ୧୩୦, ଅନୁଗୁଳ ଜିଲାରୁ ୨୪, ବାଲେଶ୍ୱର ୬୬, ବରଗଡ ୫, ଭଦ୍ରକ ୩୬, ବଲାଙ୍ଗୀର ୩ , ଦେବଗଡରୁ ୩, ଢେଙ୍କାନାଳ ୧୨, ଗଜପତି ୧, ଗଞ୍ଜାମ ୪, ଜଗତସିଂହପୁର ୫୩ ଓ ଯାଜପୁରରୁ ୫୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଝାରସୁଗୁଡା ଜିଲାରୁ ୯, କଳାହାଣ୍ଡି ୭, କନ୍ଧମାଳ ୭, କେନ୍ଦ୍ରାପଡା ୪୨, କେନ୍ଦୁଝର ୧୮, ଚିହ୍ନଟ ହୋଇଛନ୍ତି। ସେହିଭଳି କୋରାପୁଟରୁ ୧, ମାଲକାନଗିରି ୧୦, ମୟୁରଭଞ୍ଜ ଜିଲ୍ଲାରୁ ୪୦, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨୯, ନୂଆପଡା ୧, ପୁରୀ ୨୮, ରାୟଗଡାରୁ ୫ , ସମ୍ବଲପୁର ଜିଲ୍ଲାରୁ ୨୦, ସୋନପୁର ୪, ସୁନ୍ଦରଗଡ ୧୭ ଓ ଷ୍ଟେଟପୁଲରୁ ୮୨ ଚିହ୍ନଟ ହୋଇଛନ୍ତି। 

ଏପଟେ କରୋନାରେ ପ୍ରାଣ ହରାଇଥିବା  ୬୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୫ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ , ସୋନପୁର, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୧ ହଜାର ୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦ ହଜାର ୮୫୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୭୩ ହଜାର ୫୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬୮୧୭୨୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Related Posts