(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ବର : ୫ଦିନିଆ ଓଡ଼ିଶା ଗସ୍ତରେ ଆସି ମଙ୍ଗଳବାର ରାତି ୧୧ଟା ୪୦ରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ। ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ଏହା ପରେ ସେ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ବା‌ମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୯ତାରିଖରେ ଆର୍‌ଏସ୍‌ଏସ୍‌ ମୁଖ୍ୟ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବାକୁ ଥିବାବେଳେ ଏହି ଗସ୍ତରେ ସେ ରାଜ୍ୟର ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ସୂଚନା ମୁତାବିକ, ଏହି ସମୟରେ ସେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ କରୋନା ମହାମାରୀରେ ପୀଡ଼ିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସଂଘ ଦ୍ୱାରା କରାଯାଇଥିବା ରାଜ୍ୟବ୍ୟାପୀ ସେବା କାର୍ଯ୍ୟର ସମୀକ୍ଷା କରିବେ। ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ଆବଶ୍ୟକ ପ୍ରଶିକ୍ଷଣ ଏବଂ ପ୍ରସ୍ତୁତି ଉପରେ ମଧ୍ୟ ବିଚାର କରାଯିବ ବୋଲି ଆରଏସ୍‌ଏସ୍‌ ପକ୍ଷରୁ କୁହାଯାଇଛି।