କଟକରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ।ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡର କରିବେ ସୁଭାରମ୍ଭ । ବାଲିଯାତ୍ରା ପଡିଆରେ କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଜିଲ୍ଲାରେ ସ୍ମାର୍ଟ ହେଲ୍ଥ କାର୍ଡ ବାଂଟିବା ସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ୍ ଓ ଭିତିପ୍ରସ୍ତର ସ୍ଥାପନ କରିବେ । ଏହା ପରେ ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଯିବେ । ଖୋର୍ଦ୍ଧା ଜିଲ୍ଲା ବେଗୁନିଆର ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି ।





