ରାଜ୍ୟରେ କରୋନା ସଂକ୍ରମିତ ଙ୍କ ସଂଖ୍ୟା କମୁଥିବା ବେଳେ, ଗତ ୨୪ ଘଂଟାରେ ମଧ୍ୟରେ ଆଉ ୧୭୫ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି | ଶୂନରୁ ୧୮ ବର୍ଷ ମଧ୍ୟରେ ୩୦ ଜଣ ସଂକ୍ରମିତ ଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୭୪ ଜଣ ସ୍ଥାନୀୟ ସଂକ୍ରମଣ, ଏବଂ ୧୦୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଛନ୍ତି ।
ଖୋର୍ଦ୍ଧାରୁ ସର୍ବାଧିକ ୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ବାଲେଶ୍ବରରୁ ୧ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୧୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରୁ ୧ ଜଣ, ଯାଜପୁରରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, ମୟୂରଭଞ୍ଜରୁ ୧୨ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୪ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୧ହଜାର ୯୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୪୧ ହଜାର ୫୩୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧ ହଜାର ୯୦୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।





