ଜମ୍ମୁ-କଶ୍ମୀରର ସ୍ଥାନୀୟ ଚୌଗାମ୍‌ରେ ଏନ୍‌କାଉଣ୍ଟର | ଏଥିରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ଚୌଗାମ୍‌ରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା।

ଆତଙ୍କବାଦୀଙ୍କୁ ଆତ୍ମସପର୍ମଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି।