ରାଜ୍ୟରେ ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ବଢୁଥିବା ବେଳେ,ରାଜ୍ୟରେ ଆଜି ୧୪ଟି ଥାନା(cyber and economic offence police stations) ଉଦଘାଟନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଆଜି ଭିସି ଜରିଆରେ ଉଦଘାଟନ କରିବେ । ଏହାସହ ଅନ୍ୟ 3ଟି ଉନ୍ନତି ଥାନାର ମଧ୍ୟ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଏନେଇ କିଛିଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ସମ୍ବଲପୁର, ରାଉରକେଲା ଓ ବ୍ରହ୍ମପୁରରେ କାର୍ଯ୍ୟ କରୁଥିବା ତିନୋଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ଏହି ନୂଆ ବ୍ୟବସ୍ଥା ସହ ମିଶିଯିବ । ଥାନାରେ 154 ପୋଲିସ କର୍ମଚାରୀ ଓ 90 ଜଣ ବିଶେଷଜ୍ଞ ନିୟୋଜିତ ହେବେ । ଥାନାଗୁଡିକରେ ନିଯୁକ୍ତି ପାଇଁ ପୋଲିସ ବିଭାଗରେ 154ଟି ପଦବୀ ସୃଷ୍ଟି କରାଯାଇଛି । ଏହା ବ୍ୟତୀତ ଫାଇନାନ୍ସ ଓ ଆକାଉଣ୍ଟ ଆନାଲିସିଷ୍ଟ, ଆଇଟି ଏକ୍ସପର୍ଟ, ସାଇବର ଫରେନସିକ ଏକ୍ସପର୍ଟ ପରି 90 ଜଣ ବିଶେଷଜ୍ଞକୁ ଥାନାରେ ନିୟୋଜିତ କରାଯିବ ।ଉଦଘାଟନୀ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭି କେ ପାଣ୍ଡିଆନ ପରିଚାଳନା କରିବେ ।





